Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଆମ୍ବଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

9/09/2019 at 9:11 AM

ଗଜପତି ୯/୯: ଗଜପତି ଜିଲ୍ଲା ଆର. ଉଦୟଗିରି ପାତ୍ର ଆମ୍ବତୋଟାର ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତ ଯୁବକ ହେଲେ ଆର. ଉଦୟଗିରି ତେନ୍ତୁଳିସାହିର ରାଜକୁମାର ବେହେରା ବୋଲି ଜଣାପଡିଛି । ଆର. ଉଦୟଗିରି ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ପ୍ରାଥମିକ ତଦନ୍ତରୁ ଘରୋଇ କଳିରୁ ଯୁବକ ଜଣକ ଆତ୍ମହତ୍ୟା କରିଥିବା ନେଇ ପୋଲିସ ଅନୁମାନ କରୁଛି ।

ଯୁବକ ଜଣକ ଏକ ଗଣ୍ଡଗୋଳ ମାମଲାରେ ପ୍ରତିଦିନ ଥାନାରେ ହାଜିରା ପକାଉଥିଲେ । ଗତକାଲି ରାତିରେ ଗାଁ ରେ ଗଣେଶ ବିସର୍ଜନ ଥିବାବେଳେ ଯୁବକ ଜଣକ ସେଠାକୁ ଯାଇ ଘରକୁ ଫେରିଥିଲେ । ତେବେ ଘରେ ପରିବାର ଲୋକଙ୍କ ସହ ରାତିରେ କିଛି ଗଣ୍ଡଗୋଳ ହୋଇଥିଲା । ଏହା ପରେ ସେ ରାତିରେ ଘରୁ ଚାଲିଯାଇଥିଲେ । ସକାଳେ ଆମ୍ବ ଗଛରେ ତାଙ୍କ ମୃତ ଦେହ ଝୁଲୁଥିବା ଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ଏହାର ତଦନ୍ତ ପାଇଁ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି ।

   Related Posts