ଗଛରେ ଝୁଲୁଛି ଅଜଣା ମୃତଦେହ, ତଳେ ପଡିଛି ବିଷ ଓ ମଦ ବୋତଲ

Published By : Prameya-News7 Bureau | February 02, 2021 IST

ଭଦ୍ରକ ୨।୨: ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ଵର ଏକ ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ । ମୃତଦେହ ନିକଟରେ ପଡିଛି ମଦ ଓ ବିଷ ବୋତଲ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ୧୬ ନମ୍ବର ଜାତୀୟ ରାଜପଥ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଡାହାଲା ମହନ୍ତ ପୋଲ ନିକଟ ଏକ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ସ୍ଥାନୀୟ ଲୋକେ ମୃତଦେହ ଗଛରେ ଝୁଲୁଥିବା ଦେଖି ଭଣ୍ଡାରିପୋଖରୀ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ଶବ ବ୍ୟବଚ୍ଛେଦ ପାଇଁ ମୃତଦେହକୁ ହସ୍ପିଟାଲକୁ ପଠାଯାଇଛି ।

ମୃତଦେହ ନିକଟରେ ବିଷ ଓ ମଦ ବୋତଲ ପଡିଥିବା ଦେଖିବାକୁ ମିଳିଛି । ତେବେ ମୃତକଙ୍କ ପରିଚୟ ମିଳିନଥିବା ବେଳେ ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ତଦନ୍ତ କରୁଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.