Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର
  • ||
  • ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହାତ, ମନ୍ତ୍ରୀଙ୍କ କାର୍‌କୁ ପିଟିଲା ଟ୍ରାକ୍ଟର
  • ||
  • କମୁନି ସଂକ୍ରମଣ : ଆଜି ବି ଦେଶରେ ୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୦୯୨ ମୃତ
  • ||
  • ଦନ୍ତାକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ଗୋଡରେ ଲାଗିଛି ଶକ୍ତ ଆଘାତ
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୧୮୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୬୩୫ ପଜିଟିଭ୍
  • ||
  • କମିଛି ତାତି, ୨ ଦିନ ପରେ ପୁଣି ବଢିବ ସୂର୍ଯ୍ୟଙ୍କ ପ୍ରକୋପ
  • ||

ଜୟଦେବ ବାଟିକାରେ ଯୁବତୀଙ୍କ ଝୁଲନ୍ତା ମୃତଦେହ, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

11/11/2020 at 1:27 PM

ଭୁବନେଶ୍ବର ୧୧।୧୧: ଜୟଦେବ ବାଟିକାରୁ ଅଜଣା ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଖଣ୍ଡଗିରି ଥାନା ପୋଲିସ ଓ ଫୋରେନସିକ୍ ଟିମ୍ ତଦନ୍ତ ଜାରି ରଖିଛି ।

ସୂଚନା ଅନୁସାରେ ଭୁବନେଶ୍ବର ସ୍ଥିତ ଜୟଦେବ ବାଟିକାର ୫୩ ନମ୍ବର ପିଣ୍ଡି ନିକଟରେ ଥିବା ଏକ ଥୁଣ୍ଟା ଗଛରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ନିକଟରେ ସାଇକେଲ ଚାବି ସହ ୧୦ ଟଙ୍କିଆ ନୋଟ୍ ପଡିଥିବା ଦେଖିବାକୁ ମିଳିଛି । ମୃତ ଯୁବତୀଙ୍କ ପରିଚୟ ମିଳିନାହିଁ । ତେବେ ତାଙ୍କୁ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେବାକୁ ତାଙ୍କ ମୃତଦେହକୁ ଏକ ଥୁଣ୍ଟା ଗଛରେ ଝୁଲାଇ ଦିଆଯାଇଥିବା ସନ୍ଦେହ କରାଯାଉଛି ।

ଖଣ୍ଡଗିରି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଫୋରେନସିକ୍ ଟିମ୍ ମଧ୍ୟ ପହଞ୍ଚି ଛାନଭିନ୍ ଜାରି ରଖିଛି । ଯୁବତୀ ଜଣଙ୍କ ସାଲଓ୍ବାର ପିନ୍ଧିଥିବା ବେଳେ ବେକରେ ତାଙ୍କର ଚେନ୍ ଓ ପାଦରେ ପାଉଁଜି ପିନ୍ଧିଥିବା ଦେଖିବାକୁ ମିଳିଛି । ଯୁବତୀଙ୍କ ପରିଚୟ ମିଳିନଥିବା ବେଳେ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts