ଗଛ ଡାଳରେ ଝୁଲୁଛି ବ୍ୟକ୍ତିଙ୍କ ମୃତଦେହ, ଆତ୍ମହତ୍ୟା ନା’ ହତ୍ୟା ?

Published By : Prameya-News7 Bureau | May 25, 2021 IST

ପାଟଣା ୨୫।୫: ଗଛ ଡାଳରେ ଝୁଲୁଛି ବ୍ୟକ୍ତିଙ୍କ ମୃତଦେହ । କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ବଳଭଦ୍ରପୁର ନିକଟରେ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି । ତେବେ ବ୍ୟକ୍ତି ଜଣଙ୍କ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରିଛି ତାହା ସ୍ପଷ୍ଟ ଜଣାପଡିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥ ବଳଭଦ୍ରପୁର ନିକଟ ଏକ ତେନ୍ତୁଳି ଗଛରେ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା । ମୃତ ବ୍ୟକ୍ତି ଜଣଙ୍କ ବଳଭଦ୍ରପୁର ଗ୍ରାମର ଟୁନୁ ମାଝୀ । ତେବେ ଏହା ହତ୍ୟା ନା’ ଆତ୍ମହତ୍ୟା ତାର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପାଟଣା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.