ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

Published By : Prameya-News7 Bureau | April 02, 2021 IST

ପାଟଣା ୨।୪: ବନ୍ଦ ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଡେଣୁଆଁ ଗାଁର ମହାନ୍ତ ସାହିରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ନେତ୍ରାନନ୍ଦ ମହାନ୍ତଙ୍କ ପୁଅ ନିକୁଞ୍ଜ ବିହାରୀ ମହାନ୍ତ । ସେ ତାଙ୍କ ଶୋଇବା ଘର ଭିତରେ ଫ୍ୟାନରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତଦନ୍ତ ପରେ ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଅନ୍ୟପଟେ ନିକୁଞ୍ଜଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.