Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||

ହାତବନ୍ଧା ଅବସ୍ଥାରେ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର… ହତ୍ୟା ସନ୍ଦେହ

12/01/2021 at 3:33 PM

ରାଇରଙ୍ଗପୁର ୧୨।୧: ଗଛରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଭୟ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ବହଳଦା ଥାନା କାଙ୍କି ଗ୍ରାମ ନିକଟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।

ସୂଚନାଯୋଗ୍ୟ ଯେ, ଗଛରେ ହାତ ବନ୍ଧା ଅବସ୍ଥାରେ ଯୁବକ-ଯୁବତୀଙ୍କ ମୃତଦେହ ଝୁଲୁଥିବା ଦେଖି କେହି ଜଣେ ପୋଲିସକୁ ସୂଚନା ଦେଇଥିଲେ । ପୋଲିସ ଆସି ତଦନ୍ତ ଆରମ୍ଭ କରିବା ସହିତ ସାଇଣ୍ଟିଫିକ୍ ଦଳ ଆସୁଥିବା ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ ଯେ, ଯୁବକ-ଯୁବତୀ ପରସ୍ପରକୁ ଭଲ ପାଉଥିଲେ ଓ ୧୫ ଦିନ ପୂର୍ବରୁ କୁଆଡେ ପଳାଇଥିଲେ । ଦୁଇ ପରିବାର ପକ୍ଷରୁ ସହମତି ପରେ ସେମାନଙ୍କ ବାହାଘର ଠିକ୍ ହୋଇଥିଲା । ଖବର ପାଇଲା ପରେ ସେମାନେ ଦୁଇ ଦିନ ତଳେ ଘରକୁ ଫେରିଥିଲେ । କିନ୍ତୁ ମଙ୍ଗଳବାର ଗଛରେ ଦୁଇ ଜଣଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଛି । ତେବେ ଦୁଇ ପରିବାରର ସ୍ବୀକୃତି ପରେ ବି ଆତ୍ମହତ୍ୟା କରିବା ହାତ ରଶିରେ ବନ୍ଧା ହୋଇଥିବା ଆଦି ଦିଗକୁ ନେଇ  ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts