ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା ?

Published By : Prameya-News7 Bureau | February 22, 2021 IST

ରାଇରଙ୍ଗପୁର ୨୨।୨: ଘର ବାଡି ପଟେ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ଜାମଦା ଥାନା ଅନ୍ତର୍ଗତ ବଡ଼ କୂଲେଇବିରା ଗ୍ରାମରେ।

ସୂଚନାଯୋଗ୍ୟ ଯେ, ସୋମବାର ସକାଳୁ ଘର ପଛ ପଟେ ଥିବା ବାଡ଼ିର ଏକ ଘଛରେ ଯୁବକଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ପାଇଥିଲେ ଗାଁଲୋକେ । ମୃତକ ସେଇ ଗାଁର ଉଦୟ ମାଝୀ ବୋଲି ଜଣାପଡ଼ିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ ପାରିବାରିକ କଳହକୁ କେନ୍ଦ୍ରକରି ଉଦୟ ଆତ୍ମହତ୍ୟା କରିଥିବା ଗାଁ ଲୋକେ ସନ୍ଦେହ କରୁଛନ୍ତି । ପୋଲିସର ତଦନ୍ତ ପରେ ଘଟଣା ସଂପର୍କରେ ସ୍ପଷ୍ଟ ଜଣା ପଡିବ ବୋଲି କୁହାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.