Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

16/08/2020 at 2:20 PM

ସାନଖେମୁଣ୍ଡି ୧୬।୮: ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଯୁବକଙ୍କ ଆତ୍ମହତ୍ୟାର କାରଣ ଜଣାପଡିନଥିବା ବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ବୁଗୁଡା ଥାନା ତକରଡା କେନାଲ ନିକଟରେ ଥିବା ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତ ଯୁବକ ଜଣଙ୍କ ହେଲେ ମାଧବ ନାହାକ । ତାଙ୍କ ଘର ତାକରଡା ଗାଁର ହରିଜନ ସାହିରେ ବୋଲି ଜଣାପଡିଛି । ତେବେ ଆତ୍ମହତ୍ୟାର କାରଣ ଏବେ ବି ସ୍ପଷ୍ଟ ହୋଇନାହିଁ । ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

   Related Posts