Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଗଣତନ୍ତ୍ର ଦିବସ : ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଶୁଭେଚ୍ଛା

26/01/2021 at 8:13 AM

ନୂଆଦିଲ୍ଲୀ,୨୬/୦୧:  ମଙ୍ଗଳବାର ସାରା ଦେଶ ସାଧାରଣତନ୍ତ୍ର ଦିବସ ପାଳନ କରୁଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏପରିକି ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ମଧ୍ୟ ଭାରତୀୟଙ୍କୁ ଗଣତନ୍ତ୍ର ଦିବସ ଉପଲକ୍ଷେ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ଗଣତନ୍ତ୍ର ଦିବସ ଉପଲକ୍ଷେ ଦେଶବାସୀଙ୍କୁ ଅନେକ ଶୁଭକାମନା । ଜୟ ହିନ୍ଦ ।

ସେହିପରି ଗୃହମନ୍ତ୍ରୀ ଅମିତ ଶାହ ଟ୍ୱିଟ୍ କରି କହିଛନ୍ତି ଯେ, ଗଣତନ୍ତ୍ର ଦିବସ ଭାରତର ବହୁରଙ୍ଗୀ ବିବିଦ୍ଧତା ଓ ସମୃଦ୍ଧ ସାଂସ୍କୃତିକ ସଦବାବନାର ପ୍ରତୀକ ଅଟେ । ଯେଉଁମାନଙ୍କ ବଳିଦାନରେ ୧୯୫୦ ଆଜିର ଦିନରେ ସମ୍ବିଧାନ ଲାଗୁ ହୋଇଛି ସେମାନଙ୍କୁ ପ୍ରଣାମ ।

ଏତତ୍ ବ୍ୟତୀତ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍ କହିଛନ୍ତି ଯେ, ଭାରତକୁ ଗଣତନ୍ତ୍ର ଦିବସ ଉପଲକ୍ଷେ ଅଭିନନ୍ଦନ । ବୋରିସ ପୂର୍ବରୁ ଗଣତନ୍ତ୍ର ଦିବସ ଉପଲକ୍ଷେ ଅତିଥି ହୋଇଥାନ୍ତେ । କିନ୍ତୁ କରୋନା କାରଣରୁ ସେ ଭାରତ ଆସିନଥିଲେ ।

   Related Posts