Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

କେନ୍ଦ୍ରାପଡା ପୋଲିସର ଏନ୍‌କାଉଣ୍ଟର : ଦୁର୍ଦ୍ଦାନ୍ତ ଅପରାଧୀ ସେକ୍ ମେହେତାବ ଆହତ

6/08/2019 at 8:12 AM

କେନ୍ଦ୍ରାପଡା ୬|୮: ଦୁର୍ଦ୍ଦାନ୍ତ ଅପରାଧୀ ସେକ୍ ମେହେତାବକୁ ଏନକାଉଣ୍ଟର କରିଛି କେନ୍ଦ୍ରାପଡା ସଦର ପୋଲିସ | କେନ୍ଦ୍ରାପଡା-ଗଣ୍ଡାଖିଆ ରାସ୍ତାର ଏରାଠାରେ ମଙ୍ଗଳବାର ଭୋରୁ ଏହି ଏନକାଉଣ୍ଟର ହୋଇଛି | ମେହେତାବ କେନ୍ଦ୍ରାପଡା ସହରକୁ ଆସୁଥିବା ଖବର ପାଇ ସଦର ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍ ମିଳିତ ଭାବେ ଚଢାଉ କରିଥିଲେ |

ମେହେତାବ ଓ ତାର ଜଣେ ସହଯୋଗୀ ପୋଲିସ ଉପରକୁ ୪ ରାଉଣ୍ଡ ଗୁଳି ଫାୟାରିଂ କରି ଖସିଯିବାକୁ ଉଦ୍ୟମ କରିଥିଲା ବେଳେ ପୋଲିସ ପାଲଟା ଗୁଳି ଚଳାଇଥିଲା | ମେହେତାବର ଦୁଇ ଆଣ୍ଠୁରେ ଗୁଳି ବାଜିଥିଲା | ମେହେତାବକୁ ପୋଲିସ କାବୁ କରିଥିବା ବେଳେ ତାର ସହଯୋଗୀ ଫେରାର ହୋଇଯାଇଛି |

ମେହେତାବଠାରୁ ପୋଲିସ ଗୋଟିଏ ୯ ଏମଏମ ପିସ୍ତଲ, ୯ ହଜାର ଟଙ୍କା, ଦୁଇଟି ମୋବାଇଲ ଫୋନ ଓ ଗୋଟିଏ ବାଇକ୍ ଜବତ କରିଛି | ସେକ୍ ମେହେତାବ କେନ୍ଦ୍ରାପଡ଼ାରେ ଘଟିଥିବା ବାବୁଲି ମହାରଣା ଗୁଳିକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ବୋଲି ଜଣାପଡିଛି ।

   Related Posts