Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲିମ୍ପିକ୍ସ: ୪୧ ବର୍ଷ ପରେ କ୍ଵାର୍ଟର ଫାଇନାଲ୍‌ରେ ଭାରତୀୟ ମହିଳା ହକି ଦଳ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୯୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ
  • ||
  • ଭୁବନେଶ୍ବରରୁ ଦିନକରେ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୯ ସୁସ୍ଥ
  • ||
  • ଭାରତ-ଚୀନ ମଧ୍ୟରେ ଥମିବ କି ବିବାଦ ! ୯ ଘଣ୍ଟା ଧରି ଚାଲିଲା ୧୨ତମ ବୈଠକ, ଗୋଗରା-ହଟ୍ ସ୍ପ୍ରିଙ୍ଗରୁ ସୈନ୍ୟ ପ୍ରତ୍ୟାହାର ଉପରେ ଜୋର
  • ||
  • ଜେଲ୍‌ ଗଲେ କୋଟିପତି ପିଏସ୍‌ ବିରଞ୍ଚି ସାହୁ
  • ||
  • ସେମି ଫାଇନାଲରେ ହାରିଲେ ସିନ୍ଧୁ, ଧୂଳିସାତ ହେଲା ସ୍ଵର୍ଣ୍ଣ ପଦକ ଆଶା, ଏବେ କାଂସ୍ୟ ଉପରେ ନଜର
  • ||
  • ସରକାରୀ-ବେସରକାରୀ ସ୍ବିମିଂ ପୁଲ ଖୋଲିବ
  • ||
  • ମୀନା ବଜାର ଖୋଲାଯାଇପାରିବ
  • ||
  • ଭୋଜିଭାତ ଉପରେ ପୂର୍ବବତ କଟକଣା ରହିବ
  • ||
  • ବିବାହରେ ୨୫, ଶୁଦ୍ଧିକ୍ରିୟାରେ ୨୦ ଜଣଙ୍କୁ ଅନୁମତି
  • ||

ହରିବଂଶ ନାରାୟଣ ସିଂ ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚିତ

9/08/2018 at 6:40 AM

ନୂଆଦିଲ୍ଲୀ ୯/୮ ଜେଡିୟୁ ସାଂସଦ ହରିବଂଶ ନାରାୟଣ ସିଂ  ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି  । ଏନଡିଏ ସମର୍ଥିତ ପ୍ରର୍ଥୀ ହରବଂଶଙ୍କ ସପକ୍ଷରେ ୧୨୫ ଭୋଟ ମିଳିଥିବାବେଳେ ୟୁପିଏ ପ୍ରାର୍ଥୀ ବିକେ ହରିପ୍ରସାଦଙ୍କୁ ୧୦୫ ଖଣ୍ଡ ଭୋଟ ମିଳିଥିଲା । ୨୪୫ ସଦସ୍ୟ ବିଶିଷ୍ଠ ରାଜ୍ୟସଭାର ଉପାଧ୍ୟକ୍ଷ ପଦ ପାଇଁ ୧୨୩ ଭୋଟର ଆବଶ୍ୟକତା ଥିଲା ।

ବିଜେଡି ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିଥିଲା । ଏହି ସମର୍ଥନ ପାଇଁ ବିହାର ମୁଖ୍ୟମନ୍ତ୍ରୀ ନିତୀଶ କୁମାର , ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନବୀନଙ୍କୁ ଅନୁରୋଧ କରିଥିଲେ । ଶେଷ ମୁହୁର୍ତ୍ତରେ ଅର୍ଥାତ ଗତ କାଲି ରାତିରେ ମୁମ୍ବାଇରୁ ଫେରିବାପରେ ଏନଡିଏ ପ୍ରାର୍ଥୀଙ୍କୁ ତାଙ୍କ ସାଂସଦମାନେ ସମର୍ଥନ କରିବେ ବୋଲି ନବୀନ ସୂଚନା ଦେଇଥିଲେ । ରାଜ୍ୟସଭାରେ ବିଜେଡିର ୯ଜଣ ସଦସ୍ୟ ରହିଛନ୍ତି । ଏହି ୯ ସଦସ୍ୟଙ୍କ ମତ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ଥିଲା ।

ହରିବଂଶ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ଥିଲେ । ବନାରସ ହିନ୍ଦୁ ବିଶ୍ବବିଦ୍ୟାଳୟରୁ ସେ ଅର୍ଥନୀତିରେ ସ୍ନାତୋକତ୍ତର ଡିଗ୍ରୀ ହାସଲ କରିଥିଲେ । ଏହାପରେ ସେ କିଛିକାଳ ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ କାର୍ଯ୍ୟରତ ଥିଲେ । ଶ୍ରୀ ସିଂ ମଧ୍ୟ ସାମ୍ବାଦିକତାରେ ଡିପ୍ଲୋମା କରିଥିଲେ । ଦୀର୍ଘଦିନ ଧରି ପ୍ରତ୍ୟକ୍ଷ ସାମ୍ବାଦିକତା କରିଥିଲେ । ୨୦୧୪ ମସିହାରେ ସେ ଜେଡିୟୁ ସାଂସଦ ଭାବେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ।

   Related Posts