Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍

16/04/2021 at 3:48 PM

ଚଣ୍ଡୀଗଡ଼ ୧୬/୦୪ : ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଅକାଲି ଦଳ ନେତା ହରସିମରତ କୌର୍ ବାଦଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ନିଜକୁ କ୍ଵାରେଣ୍ଟାଇନ୍ କରିଛନ୍ତି। ଏନେଇ ସେ ଟ୍ୱିଟରରେ ସୂଚନା ଦେଇଛନ୍ତି। ଲକ୍ଷଣ ଦେଖାଦେବ ପରେ ସେ ନିଜର କରୋନା ଯାଞ୍ଚ କରାଇଥିଲେ ଓ ରିପୋର୍ଟ ପଜିଟିଭ ଆସିଛି ବୋଲି ସେ ଟ୍ୱିଟ କରିଛନ୍ତି। ରିପୋର୍ଟ ପଜିଟିଭ୍ ଆସିବାପରେ ସେ ନିଜକୁ ଘରେ କ୍ଵାରେଣ୍ଟାଇନ୍ କରିଛନ୍ତି। ତାଙ୍କ ସମ୍ପର୍କରେ ଆସିଥିବା ଲୋକେ ନିଜର କରୋନା ଟେଷ୍ଟ କରାଇବାକୁ ସେ ଅନୁରୋଧ କରିଛନ୍ତି।

ଦେଶରେ କରୋନା ସଂକ୍ରମଣ ଭୟାବହ ରୂପ ନେଇଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୧୭ ହଜାର ୩୫୩ ନୂଆ ମାମଲା ସାମ୍ନାକୁ ଆସିଛି। ଦେଶରେ ଏବେ ସୁଦ୍ଧା ୧ କୋଟି ୪୨ ଲକ୍ଷ ୯୧ ହଜାର ୯୧୭ ଜଣ ସଂକ୍ରମିତ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୧୧୮୫ ଜଣଙ୍କ ମୃତ୍ୟୁ ହୋଇଛି। ଦେଶରେ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୪ ହଜାର ୩୦୮ରେ ପହଞ୍ଚିଛି। ବର୍ତ୍ତମାନ ୧୫ ଲକ୍ଷ ୬୯ ହଜାର ୭୪୩ ଆକ୍ଟିଭ ମାମଲା ରହିଛି।

   Related Posts