Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀର ସ୍ଵପ୍ନ ଧୂଳିସାତ: ଟେଷ୍ଟ କ୍ରିକେଟ୍‌କୁ ମିଳିଲା ନୂଆ ବାଦଶାହା, ଭାରତକୁ ୮ ଓ୍ଵିକେଟ୍‌ରେ ହରାଇ ବିଶ୍ଵ ଟେଷ୍ଟ ଚମ୍ପିଆନସିପ୍‌ ଜିତିଲା ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱରରେ ଆଜି ୩୭୫ ପଜିଟିଭ୍‌ ଚିହ୍ନଟ
  • ||
  • ବନ୍ଦିତା ପରିଡ଼ା ହେଲେ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ୟୁକେ ହାଇକୋର୍ଟରୁ ନିରବ ମୋଦୀଙ୍କୁ ଝଟକା, ପ୍ରତ୍ୟର୍ପଣ ବିରୋଧରେ ଦାଖଲ ଆବେଦନ ଖାରଜ, ଏବେ ଭାରତ ଆସିବାକୁ ପଡିବ !
  • ||
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||

ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟରଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର

14/11/2020 at 3:35 PM

ଶିମଲା ୧୪/୧୧: ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କୁ ନିଃଶ୍ବାସ ନେବାରେ ଅସୁବିଧା ହୋଇଥିଲା। ହରିୟାଣାର ମୁଖ୍ୟମନ୍ତ୍ରୀ ବର୍ତ୍ତମାନ ହିମାଚଳ ପ୍ରଦେଶ ଗସ୍ତରେ ଅଛନ୍ତି। ସେ ଶୁକ୍ରବାର ସନ୍ଧ୍ୟାରେ ହିମାଚଳ ପ୍ରଦେଶ ପହଞ୍ଚିଥିଲେ।

ଶନିବାର ତାଙ୍କର ଫେରିବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ତାଙ୍କୁ ନିଃଶ୍ବାସ ନେବାରେ ଅସୁବିଧା ହୋଇଥିଲା। ଏହା ପରେ ତାଙ୍କୁ ଇନ୍ଦିରା ଗାନ୍ଧୀ ମେଡିକାଲ୍ କଲେଜରେ ଭର୍ତ୍ତି କରାଯାଇଥିଲା। ମିଳିଥିବା ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଖଟ୍ଟରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଡାକ୍ତରଙ୍କ ଟିମ୍ ଲଗାତାର ତାଙ୍କ ସ୍ବାସ୍ଥ୍ୟର ଦେଖାଶୁଣା କରୁଛନ୍ତି।

ଏହା ପୂର୍ବରୁ ସେ ଶୁକ୍ରବାର ଦୀପାବଳି ଅବସରରେ ରାଜ୍ୟପାଳଙ୍କୁ ମଧ୍ୟ ଭେଟିଥିଲେ। ମୁଖ୍ୟମନ୍ତ୍ରୀ ଖଟ୍ଟର ଏହା ପୂର୍ବରୁ ଅଗଷ୍ଟ ମାସରେ କରୋନାରେ ସଂକ୍ରମିତ ହୋଇ ସାରିଛନ୍ତି। ୨ସପ୍ତାହ ଯାଏଁ କ୍ବାରେଣ୍ଟାଇନରେ ରହିବା ପରେ ତାଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଥିଲା।

ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କୁ କରୋନା ସଂକ୍ରମଣ ଯୋଗୁଁ ଗୁରୁଗ୍ରାମର ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ବୟସକୁ ଦେଖି ତାଙ୍କୁ ଅଗଷ୍ଟ ୨୫ତାରିଖ ସକାଳ ୨.୩୦ରେ ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ଡାଇବେଟିସରେ ଆକ୍ରାନ୍ତ।

   Related Posts