Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||
  • ଖଲ୍ଲିକୋଟ : ପାଖେଇ ଆସୁଛି ‘ଜଓ୍ବାଦ’, ଡଙ୍ଗା ଓ ଜାଲ ନଷ୍ଟ ହେବା ଆଶଙ୍କାରେ ମତ୍ସ୍ୟଜୀବୀ
  • ||

ହଟିବନି କଳିଙ୍ଗ ଘୋଡ଼ା, ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ସ୍ଥାନାନ୍ତର ଉପରେ ଲାଗିଲା ରୋକ !

27/07/2021 at 1:02 PM

ଭୁବନେଶ୍ୱର ୨୭।୦୭ :  ହଟିବନି କଳିଙ୍ଗ ଘୋଡ଼ା । ମାଷ୍ଟରକ୍ୟାଣ୍ଟିନ ଛକରେ ହିଁ ରହିବ ଘୋଡ଼ା । ଓଡ଼ିଶାର ଐତିହ୍ୟ ପ୍ରତୀକ ତଥା ଦୀର୍ଘ ଦଶନ୍ଧି ଧରି ରାଜଧାନୀର ଶୋଭା ବଢ଼ାଉଥିବା ମାଷ୍ଟରକ୍ୟାଣ୍ଟିନ ଥିବା ଘୋଡ଼ାକୁ ସେଠାରୁ ସ୍ଥାନାନ୍ତର କରିବା ପାଇଁ ଯୋଜନା ଚାଲିଥିଲା । ଯାହାକି  ଏବେ ବିରାମ ଲାଗିଛି । ବିଶେଷସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ସ୍ମାର୍ଟ ଜନପଥର ବିକାଶ ପାଇଁ ଏହି ଘୋଡ଼ାକୁ ରାଜଭବନ ସାମ୍ନାକୁ ଉଠାଇ ନିଆଯିବ ପାଇଁ ଯେଉଁ ନିଷ୍ପତ୍ତି ନିଆଯାଇଥିଲା। ସେ ନିଷ୍ପତ୍ତିକୁ ଏବେ ବଦଳିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ ଯେ, ଗତ ୮ତାରିଖରେ ସଂସ୍କୃତି ବିଭାଗ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ହୋଇଥିଲା ଯେ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଥିବା ଐତିହ୍ୟ ଘୋଡ଼ାକୁ ସ୍ଥାନାନ୍ତରିତ କରାଯିବ। ମଧୁବାବୁଙ୍କ ପ୍ରତିମୂର୍ତ୍ତି ନିକଟରେ ଘୋଡ଼ାକୁ ନେଇ ଥୋଇ ଦେବାକୁ ବିଡିଏକୁ ଦାୟିତ୍ବ ମଧ୍ୟ ଦିଆଯାଇଥିଲା। ମାସକ ମଧ୍ୟରେ ବିଡିଏ ଏହାକୁ ସ୍ଥାନାନ୍ତର କରିବ ବୋଲି କୁହାଯାଇଥିଲା। ଯାହାକୁ ନେଇ ବିବାଦ ଉପୁଜିଥିଲା। ବିବାଦ ପରେ ଏବେ ସଂସ୍କୃତି ବିଭାଗ ମାଷ୍ଟର କ୍ୟାଣ୍ଟିନ୍‌ ଛକରୁ ଐତିହ୍ୟ ଘୋଡ଼ା ନହଟାଇବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

ଶିଶୁଭବନ ଠାରୁ ବାଣୀବିହାର ପର୍ଯ୍ୟନ୍ତ ଜନପଥ ରାସ୍ତାକୁ ଅଧିକ ମନୋରମ ଓ ସୁଗମ କରାଯିବ। ସ୍ମାର୍ଟ ଜନପଥ ନାମରେ ଖ୍ୟାତ ରାଜଧାନୀର ଏହି ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ପାଇଁ ମାଷ୍ଟର କ୍ୟାଣ୍ଟିନ୍‌ ଛକରୁ ଯୋଦ୍ଧା ଘୋଡ଼ା ପ୍ରତିମୂର୍ତ୍ତିକୁ ହଟାଇବା ପାଇଁ ନିଷ୍ପତ୍ତି ନେଇଥିଲେ ସରକାର। ରାଜ୍ୟ ସରକାରଙ୍କ ସରକାରୀ ସନ୍ତକ ଭାବେ ବ୍ୟବହୃତ ଏହି ଯୋଦ୍ଧା ଘୋଡ଼ାଟି ମୂଳତଃ କୋଣାର୍କ ସୂର୍ଯ୍ୟ ମନ୍ଦିରରେ ରହିଛି। ଦିବଂଗତ ସ୍ଥପତି ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ଦ୍ବାରା ନିର୍ମିତ ଏହି ନୂଆ ଘୋଡ଼ାଟି ୧୯୮୮ରେ ଭୁବନେଶ୍ବରରେ ସ୍ଥାପନା କରାଯାଇଥିଲା।

   Related Posts