Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

ରାଜଧାନୀର ସିଆର୍‌ପି ଛକରେ ଭୟଙ୍କର ହତ୍ୟାକାଣ୍ଡ : ଗୋଡେଇ ଗୋଡେଇ ହାଣିଲେ , ଜଣେ ମୃତ, ୨ ଆକ୍ରମଣକାରୀଙ୍କୁ ଧରିଛି ପୋଲିସ

6/03/2021 at 12:35 PM

ଭୁବନେଶ୍ୱର ୦୬।୦୩: ରାଜଧାନୀର ପୁଣି ଗଡିଲା ମୁଣ୍ଡ । ବିଚ୍‌ ରାସ୍ତାରେ ମର୍ଡର । ଗୋଡାଇ ଗୋଡାଇ ଜଣଙ୍କୁ ହାଣିଲେ ଦୁର୍ବୃତ୍ତ । ତେବେ ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଯାଇଛି । ମୃତକଙ୍କ ନାମ ଜଟିଆ ବୋଲି ଜଣାପଡିଛି । ତାଙ୍କ ଘର ସାଲିଆସାହିରେ ବୋଲି ସୂଚନା ରହିଛି । ଭୁବନେଶ୍ୱର ସିଆର୍‌ପିଏଫ୍‌ ଛକରେ ଘଟିଛି ହତ୍ୟାକାଣ୍ଡ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, ଶନିବାର ଦିନ ପୂର୍ବାହ୍ନ ସମୟରେ ଭୁବନେଶ୍ୱରର ସିଆର୍‌ପିଏଫ୍‌ ଛକରେ ଜଣେ ଯୁବକଙ୍କୁ ଆସି କିଛି ବ୍ୟକ୍ତି ଆକ୍ରମଣ କରିଥିଲେ । ଏପିରିକି ଯୁବକ ଗୋଡେଇ ଗୋଡେଇ ମଧ୍ୟ ହାଣିଥିଲେ । ଯାହାଫଳରେ କି ଜଣେ ବ୍ୟକ୍ତିଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ସମସ୍ତ ମୃତାହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହେଉଥିବା ବେଳେ ୨ଜଣଙ୍କୁ କାବୁ କରିଛନ୍ତି ସ୍ଥାନୀୟଲୋକେ । ଘଟଣାସଂପର୍କରେ ଖବର ପାଇ ପୋଲିସ ପହଞ୍ଚିଥିଲା , ଏବଂ ଉଭୟ ଯୁବକଙ୍କୁ ଅଟକ ରଖି ପଚାରାଉଚରା କରୁଛି ପୋଲିସ ।

ବଟି ଆଦାୟକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ତେବେ ଏହି ଦୁର୍ବୃତ୍ତମାନେ କିଏ ଏବଂ କାହିଁକି ଏଭଳି କାଣ୍ଡ ଘଟାଇଲେ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଘଟଣାସ୍ଥଳରେ ହଣାକଟାକୁ ନେଇ ଉତ୍ତେଜନା ଲାଗି ରହିଛି । ସବୁଠୁ ବଡ କଥା ହେଉଛି ଘଟଣାସ୍ଥଳ ଠାରୁ ଅଳ୍ପ କିଛି ଦୂରରେ ଥାନା ରହିଛି।

   Related Posts