Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ମାରଣାସ୍ତ୍ରରେ ଯୁବକଙ୍କୁ ଆକ୍ରମଣ କରି ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

17/01/2021 at 12:42 PM

ନୀଳଗିରି ୧୭।୦୧ : ତାସ୍‌ ଖେଳରୁ ମହାଭାରତ । ସାମାନ୍ୟ କଥାରୁ  ଯୁବକଙ୍କୁ କୁକୁଡ଼ା କାତି (ଚାପଡ଼)ରେ ଆକ୍ରମଣ କରି ହତ୍ୟା ଘଟଣା । ମାମଲାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ । ଶନିବାର ରାତିରେ ଅଭିଯୁକ୍ତକୁ ଧରିଛି ପୋଲିସ ।

ଖବର ଅନୁଯାୟୀ, ବାଲେଶ୍ଵର ଜିଲ୍ଲା ନୀଳଗିରି ଥାନା ମିତ୍ରପୁର ଅଞ୍ଚଳରେ ଗତ ୯ ତାରିଖରେ ତାସ ଖେଳକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଥିଲା । ତଇଲାସାହି ଗାଁର କୁନା ଭୋଳ ୯ ତାରିଖ ଦିନ ଘରୁ ବାହାରିବା ବେଳେ ତାଙ୍କ ସମ୍ପର୍କୀୟ ତଥା ପଡୋଶୀ ଗଣେସା ସିଂ ତାଙ୍କୁ  ଅଟକ ରଖିଥିଲେ , ଏବଂ ଏକ ଧାରୁଆ ଅସ୍ତ୍ରରେ  ଆକ୍ରମଣ କରିଥିଲା । ଏମିତି ଧାରୁଆ ଅସ୍ତ୍ରଟି ଛାତିରେ ଭୂଷି ଦେଇଥିଲେ। ଯାହାଫଳରେ କି ସେ  ଗୁରୁତର ହୋଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ନୀଳଗିରି ହସ୍ପିଟାଲରେ ଭର୍ତି କରାଯାଇଥିଲେ । କିନ୍ତୁ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଅନ୍ୟପଟେ ତାସ୍‌ ଖେଳକୁ ନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା ବୋଲି ମୃତକଙ୍କ ଭାଇ ଅଭିଯୋଗ କରିଥିଲେ । ଏପିରିକି ତାଙ୍କ ଝିଆରୀଙ୍କ ମଧ୍ୟ ଆକ୍ରମଣ କରିବା ପାଇଁ ଯୋଜନା ମଧ୍ୟ କରାଯାଇଥିଲା । ପୋଲିସ ଘଟଣା ସ୍ଥଳକୁ ଯିବା ପୂର୍ବରୁ ଅଭିଯୁକ୍ତ ଫେରାର ହୋଇଥିଲା।

ସେପଟେ ପୋଲିସ ଅଭିଯୁକ୍ତକୁ ଗିରଫ କରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିଲା । ଏବଂ ଏଥିପାଇଁ ଏକ ଟିମ୍‌ ମଧ୍ୟ ଗଠନ କରିଥିଲା । ଶେଷରେ ଶନିବାର ବିଳମ୍ବିତ ରାତିରେ ଅଭିଯୁକ୍ତ ଗଣେଷା ମକପଦା ଗାଁରେ ଥିବା ଶ୍ୱଶୁର ଘରେ ଶୋଇଥିବା ଖବର ପାଇଥିଲେ । ଶୋଇଥିବା ବେଳେ ଅଭିଯୁକ୍ତକୁ କାବୁ କରିବାରେ ସଫଳ ହୋଇଥିଲା ପୋଲିସ । ଗିରଫ ପରେ ଅଭିଯୁକ୍ତ ନିଜ ଦୋଷ ସ୍ୱୀକାର କରିଛି । ତାସ୍‌ ଖେଳରୁ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା , ଏବଂ ସେ ହିଁ କୁକୁଡ଼ା କାତିରେ ଭୂଷି ହତ୍ୟା କରିଛି ବୋଲି କହିଥିଲା । ଗିରଫ ପରେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ ବୋଲି ଥାନା ଆଇଆଇସି କହିଛନ୍ତି ।

   Related Posts