Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହାଣି ସ୍ଵାମୀର ଆତ୍ମହତ୍ୟା ଉଦ୍ୟମ

8/06/2020 at 8:25 AM

କେନ୍ଦ୍ରାପଡା ୦୮।୦୬:  କେନ୍ଦ୍ରାପଡ଼ା ସଦର ଥାନା ଗରାପୁର୍ ଗାଁରେ ଅଭାବନୀୟ ଘଟଣା ଘଟିଛି । ସ୍ତ୍ରୀକୁ ହାଣି ସ୍ଵାମୀର ଆତ୍ମହତ୍ୟା ଉଦ୍ୟମ । ମୃତ ସ୍ତ୍ରୀ ଘୁଙ୍ଗୁରି ମଲିକ । ସ୍ତ୍ରୀକୁ ହତ୍ୟା କରିବା ପରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରିଛି ସ୍ଵାମୀ । ସ୍ଵାମୀ ଝଜି ମଲିକଙ୍କ ଅବସ୍ଥା ଗରୁତର ରହିଛି । ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, କିଛି ଦିନ ହେଲା ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଟ ଲାଗିରହିଥିଲା । ଯାହାଫଳରେ ଗତକାଲି ବିଳମ୍ବିତ ରାତିରେ  ମଧ୍ୟ ଉଭୟ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ପାଟିତୁଣ୍ଡ ଏତେ ଭୟଙ୍କର ଥିଲା ଯେ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଦେଇଥିଲା ସ୍ୱାମୀ , ପରେ ନିଜେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଏଭଳି ଘଟଣାର ଖବର ପାଇଁ ପଡୋଶୀରେ ରହୁଥିବା ଲୋକମାନେ ପୋଲିସକୁ ଖବର ଦେଇଥିଲା ।

ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ସ୍ୱାମୀକୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ଘୁଙ୍ଗୁରିଙ୍କ ମୃତଦେହକୁ ଜବତ କରି ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ପୋଲିସ ତଥ୍ୟ ଯୋଗାଡ କରି ଛାନ୍‌ଭିନ୍‌ ଜାରି ରଖିଛି । ସୂଚନାନୁସାରେ ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ସହାୟତା ନିଆଯାଇପାରେ ।  

   Related Posts