Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ଜମିବାଡି ବିବାଦକୁ ନେଇ ଭାଇକୁ ହତ୍ୟା କଲା ଭାଇ, ଅଭିଯୁକ୍ତ ଘରେ ନିଆଁ ଲଗାଇଦେଲେ ଉତ୍ତ୍ୟକ୍ତ ଗ୍ରାମବାସୀ

20/09/2020 at 4:12 PM

କୋଲକତା ୨୦।୯: ପଶ୍ଚିମବଙ୍ଗ ନଦିଆ ଜିଲ୍ଲାରେ ଜମିବାଡି ବିବାଦକୁ ନେଇ ଭାଇକୁ ହତ୍ୟା କଲା ଭାଇ । ଅଭିଯୁକ୍ତ ଭାଇର ଘରେ ନିଆଁ ଲଗାଇଦେଲେ ଉତ୍ତ୍ୟକ୍ତ ଲୋକ । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

ସୂଚନା ଅନୁସାରେ ହରିଘ୍ନତା ଥାନା ଅନ୍ତର୍ଗତ କୁରୁମବେଲିୟା ଅଞ୍ଚଳରେ ହତ୍ୟାକାଣ୍ଡ ଘଟିଛି । ଜମିବାଡି ବିବାଦକୁ ନେଇ ୫୫ ବର୍ଷ ବୟସ୍କ ଜଣେ ବ୍ୟକ୍ତିଙ୍କୁ ତାଙ୍କ ଭାଇ ହତ୍ୟା କରିଛି । ହତ୍ୟାକାଣ୍ଡ ଘଟାଇବା ପରେ ଅଭିଯୁକ୍ତର ଘରେ ନିଆଁ ଲଗାଇ ଦେଇଛନ୍ତି ଉତ୍ତ୍ୟକ୍ତ ଗ୍ରାମବାସୀ ।

ପୋଲିସର ସୂଚନା ଅନୁସାରେ ଜମି ବାଡି ବିବାଦକୁ ନେଇ ଅଲ୍ଲୀ ହୁସେନ ମଣ୍ଡଳ ତାଙ୍କ ଭାଇ ମନସୁର ଅଲ୍ଲୀ ମଣ୍ଡଳଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ । ଫଳରେ ମନସୁର ଆହତ ହୋଇଥିଲେ । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ଘଟଣା ପରେ ଅଭିଯୁକ୍ତ ଫେରାର ହୋଇଯାଇଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

   Related Posts