Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ଆହୁରି ଛେଚିବ ବର୍ଷା : ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଚାଷୀଙ୍କୁ ସଜାଗ ରହିବାକୁ ପରାମର୍ଶ

28/04/2020 at 9:57 AM

ଭୁବନେଶ୍ୱର ୨୮।୦୪: ରାଜ୍ୟରେ ଆହୁରି ୫ ଦିନ ଘଡଘଡି ସହ ବର୍ଷା ଜାରି ରହିବ । ତେବେ ୨୯ ତାରିଖରୁ କାଳବୈଶାଖୀ ବର୍ଷା ସାମାନ୍ୟ କମିପାରେ । କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ । ତେବେ ମଙ୍ଗଳବାର ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମ୍‌ଡି) ପୂର୍ବାନୁମାନ କରିଛି ।

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । କିନ୍ତୁ ମଙ୍ଗଳବାର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଇଏମ୍‌ଡି ଦର୍ଶାଇଛି । ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ଗଜପତି, ଗଞ୍ଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବୁଲେଟିନ୍‌ ଜାରି କରିଛି । ଏହି ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୪୦ରୁ ୫୦କିଲୋମିଟର ବେଗରେ ପବନ ବି ବୋହିବ ବୋଲି ପୂର୍ବନୁମାନ କହୁଛି । ସେହିପରି ଆସନ୍ତାକାଲି ଉତ୍ତର ଉପକୂଳ ଓଡ଼ିଆ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୬ଟି ଜିଲ୍ଲା ପାଇଁ ୟେଲୋ ୱାର୍ନିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୨୯ ତାରିଖରେ କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ସମେତ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖରୁ କାଳବୈଶାଖୀ ବର୍ଷା କମିଯିବ । କିନ୍ତୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ.ଏଚ୍‌ଆର୍‌ ବିଶ୍ୱାସ କହିଛନ୍ତି । ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଆସନ୍ତା ୩୦ ତାରିଖରେ ଲଘୁଚାପ ସୃଷ୍ଟି ହୋଇପାରେ । କିନ୍ତୁ ଏହାର ପ୍ରଭାବରେ ଓଡ଼ିଶାରେ ବେଶି ବର୍ଷା ହେବନି । ୨୯ରୁ ୪ ତାରିଖ ଭିତରେ ତାପମାତ୍ରା ଗରମ ରହିବ । କାଁ ଭାଁ କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ ବୋଲି ସୋଆ ପାଣିପାଗ ଜଳବାୟୁ ଓ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି ।

   Related Posts