ଘରୋଇ ସ୍କୁଲ ଫି' ବୃଦ୍ଧି ମାମଲା : ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଲେ ହାଇକୋର୍ଟ

Published By : Prameya-News7 Bureau | October 19, 2020 IST

କଟକ ୧୯।୧୦: ଘରୋଇ ସ୍କୁଲ ଫି ବୃଦ୍ଧି ମାମଲାର ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’ କମାଯାଇପାରିବ ସେନେଇ ସ୍ପଷ୍ଟ ମତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏଥିପାଇଁ ଏକ ସପ୍ତାହର ମହଲତ ନେଇଛନ୍ତି ରାଜ୍ୟ ସରକାର । ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

କରୋନା ପାଇଁ ଘରୋଇ ବିଦ୍ୟାଳୟ ଗୁଡିକ ଫି ଛାଡ଼ କରିବାକୁ ଓଡିଶା ଅବିଭାବକ ମହାସଂଘ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଛି । ତେବେ ୭ଟି ସ୍ଲାବରେ ଫି’ ହ୍ରାସ କରିବାକୁ ରାଜ୍ୟ ସରକାର ହାଇକୋର୍ଟରେ ପ୍ରସ୍ତାବ ରଖିଥିଲେ । ଗତ ସେପ୍ଟେମ୍ବର ୧ ତାରିଖରେ ଏହି ମାମଲାର ଶୁଣାଣି କରି ହାଇକୋର୍ଟ ଏହାର ଅପୋଷ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଆପୋଷ ସମାଧାନରେ ସୂତ୍ର ବାହାର କରିବାକୁ କୋର୍ଟ ପରାମର୍ଶ ଦେଇଥିଲେ। ଯଦି କୌଣସି ନିର୍ଯାସ୍ ନବାହାରେ ତାହେଲେ କୋର୍ଟ ନିଷ୍ପତ୍ତି ନେବେ ବୋଲି ଦର୍ଶାଯାଇଥିା । ହାଇକୋର୍ଟଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ, ସ୍କୁଲ କର୍ତ୍ତୃପକ୍ଷ, ଅବିଭାବକ ମହାସଂଘ, ଶିକ୍ଷକ ସଂଘର ମିଳିତ ବୈଠକ ଅନୁଷ୍ଠିତ ହୋଇଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.