Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ସ୍କୁଲ ଖୋଲୁ ଖୋଲୁ ସଙ୍କଟ: କରୋନା ପଜିଟିଭ୍ ଚିହ୍ନଟ ହେଲେ ପ୍ରଧାନ ଶିକ୍ଷକ, ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂକ୍ରମଣ ଭୟ

7/01/2021 at 11:50 AM

ପାଟନା ୦୭/୦୧ : ବିହାରରେ କରୋନା ସଂକ୍ରମଣ ମଧ୍ୟରେ ସ୍କୁଲ ସମେତ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ଖୋଲିବାକୁ ସରକାର ଆଦେଶ ଦେବାପରେ ଜଣେ ପ୍ରଧାନ ଶିକ୍ଷକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମାମଲା ଗୟା ଜିଲ୍ଲାର। ଏଠାରେ ଜାନୁଆରୀ ୪ ତାରିଖରେ ସ୍କୁଲ ଖୋଲିଥିଲା। ସ୍କୁଲ ଖୋଲିବା ପରେ ଖିଜରସରାୟ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପାଟନାର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି। ପ୍ରଧାନ ଶିକ୍ଷକଙ୍କ ସ୍ୱାସ୍ଥ୍ୟବସ୍ଥା ଗମ୍ଭୀର ଥିବା ଜଣାପଡିଛି।

ପ୍ରଧାନ ଶିକ୍ଷକ କରୋନା ପଜିଟିଭ ଚିହ୍ନଟ ହେବାପରେ ସ୍କୁଲର ଅନ୍ୟ ଶିକ୍ଷକ ମଧ୍ୟ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି। ପ୍ରଧାନ ଶିକ୍ଷକ ଶିକ୍ଷା ବିଭାଗକୁ ଚିଠି ଲେଖି ସ୍କୁଲ ବନ୍ଦ କରିବାକୁ ଅନୁରୋଧ କରିଛନ୍ତି। ସ୍କୁଲର ପ୍ରଧାନ ଶିକ୍ଷକ ଦ୍ୱାରା ଜିଲ୍ଲା ଶିକ୍ଷା ପଦାଧିକାରୀଙ୍କୁ ମଧ୍ୟ ଚିଠି ଲେଖି ସ୍କୁଲ ବନ୍ଦ କରିବାକୁ ଅନୁରୋଧ କରାଯାଇଛି।

ପ୍ରଧାନ ଶିକ୍ଷକ କରୋନା ପଜିଟିଭ ଚିହ୍ନଟ ହେବାପରେ ତାଙ୍କ ସମ୍ପର୍କରେ ଆସିଥିବା ସମସ୍ତ ଶିକ୍ଷକଙ୍କ ଯାଞ୍ଚ କରାଯିବ। ଏହି ଘଟଣା ପରେ ଜିଲ୍ଲା ଶିକ୍ଷା ପଦାଧିକାରୀ ତତ୍କାଳ ସ୍କୁଲକୁ ସାନିଟାଇଜ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ପ୍ରଶାସନ। ବିହାରରେ ଲକଡାଉନ ପରେ ପ୍ରଥମଥର ସ୍କୁଲ ଖୋଲିବାକୁ ନିର୍ଦ୍ଦେଶ ଜାରି କରାଯାଇଥିଲା। ଏହାପରେ ଜାନୁଆରୀ ୪ ତାରିଖରେ ସ୍କୁଲ-କଲେଜ ସମେତ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ଖୋଲାଯାଇଥିଲା।

   Related Posts