Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ସ୍କୁଟିକୁ ପଛରୁ ଧକ୍କା ଦେଲା ଟ୍ରକ୍, ଚାଲିଗଲା ପ୍ରଧାନ ଶିକ୍ଷକଙ୍କ ଜୀବନ

16/04/2021 at 10:42 AM

ସୋର ୧୬।୪: ଦୁର୍ଘଟଣାରେ ଚାଲିଗଲା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଜୀବନ । ବାଲେଶ୍ବର ଜିଲ୍ଲା ସୋର ଥାନା ନାୟକବନ୍ଧ ଛକ ନିକଟରେ ସ୍କୁଟିକୁ ପଛରୁ ଧକ୍କା ଦେଲା ଟ୍ରକ୍ । ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ସକାଳେ ବଡ଼ଖୁରୀ ଗ୍ରାମର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଯୁଧିଷ୍ଠିର ବାରିକ କୌଣସି କାମରେ ନିଜ ସ୍କୁଟିରେ ବିଦୁ ଯାଉଥିଲେ । ସେହି ସମୟରେ ନାୟକବନ୍ଧ ଛକ ନିକଟରେ ତାଙ୍କ ସ୍କୁଟିକୁ ଏକ ଟ୍ରକ୍ ପଛରୁ ଧକ୍କା ଦେଇ ପଳାଇ ଯାଇଥିଲା । ସ୍ଥାନୀୟ ଲୋକମାନେ ଗୁରୁତର ଆହତ ହୋଇଥିବା ପ୍ରଧାନ ଶିକ୍ଷକଙ୍କୁ ଜାତୀୟ ରାଜପଥ ଆମ୍ବୁଲାନ୍ସରେ ସୋର ମେଡ଼ିକାଲକୁ ପଠାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ସୋର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts