Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ

22/10/2021 at 11:54 AM

ଭୁବନେଶ୍ବର ୨୨।୧୦: ବିନା ଛୁଞ୍ଚିରେ ଟିକା ନେବେ ଶିଶୁ । ଏନେଇ ପ୍ରତିକ୍ରିୟା ରଖିଛନ୍ତି ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ସେ କହିଛନ୍ତି, ଶିଶୁମାନେ ଟିକାର ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ ଦିଆଯାଇଛି । କୋଭାକ୍ସିନ୍ କୁ ପରୀକ୍ଷଣ କରି ଡିସିଜିଆଇ ଅନୁମତି ଦେବେ । ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସନ୍ଧ୍ୟାରେ ଭିଡିଓ କନଫରେନ୍ସିଂ ମଧ୍ୟମରେ ତାଲିମ ଦିଆଯିବ ।

ରାଜ୍ୟରେ ୨ ବର୍ଷରୁ ୧୮ବର୍ଷ ପର୍ଯ୍ୟନ୍ତ ଶିଶୁମାନଙ୍କୁ ଟିକା ଦିଆଯିବ। ତେବେ ରାଜ୍ୟରେ ୧ କୋଟି ୪୦ ଲକ୍ଷ ଶିଶୁ ଅଛନ୍ତି । ଯଦି ଏକା ସଙ୍ଗେ ଶିଶୁଙ୍କୁ ଟିକା ଦେବା ଆରମ୍ଭ କରାଯିବ ତେବେ ଟିକାକାରଣ କେନ୍ଦ୍ର ବଢାଇବାକୁ ପଡିବ । ଯେଉଁ ମୁହୂର୍ତ୍ତରେ ନିର୍ଦ୍ଦେଶ ଆସିବା ସଙ୍ଗେ ସଙ୍ଗେ କାର୍ଯ୍ୟକ୍ରମ ଆରମ୍ଭ କରାଯିବ । ଏଥିପାଇଁ ସ୍ବତନ୍ତ୍ର ଏସଓପି ଆସିବ । ସେହି ଅନୁସାରେ ଟିକାକରଣ କରାଯିବ ।

ବର୍ତ୍ତମାନ ସୁଦ୍ଧା ୩ କୋଟି ୫୦ ଲକ୍ଷ ଡୋଜ ଟିକା ଦିଆସାରିଲାଣି । ୨ କୋଟି ୪୭ ଲକ୍ଷ ପ୍ରଥମ ଡୋଜ୍ ୭୮% ଓ ୧ କୋଟି ୩ ଲକ୍ଷ ଦ୍ବିତୀୟ ଡୋଜ୍ ୩୩% ଦିଆସରିଛି । ଶୁକ୍ରବାର ୧୮୩୦ଟି ଟିକାକରଣ କେନ୍ଦ୍ରରେ ଟିକାକରଣ କରାଯାଉଛି । ବର୍ତ୍ତମାନ ରାଜ୍ୟରେ ୨୪ ଲକ୍ଷ ଟିକା ମହଜୁଦ ଅଛି ବୋଲି ବିଜୟ ପାଣିଗ୍ରାହୀ କହିଛନ୍ତି ।

   Related Posts