Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ନଭେମ୍ବର ପର୍ଯ୍ୟନ୍ତ ସଜାଗ ରହିବାକୁ ପଡିବ : ସ୍ବାସ୍ଥ୍ୟ ନିର୍ଦ୍ଦେଶକ

20/09/2021 at 11:43 AM

ଭୁବନେଶ୍ବର ୨୦।୯: କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ସମ୍ଭାବ୍ୟ ତୃତୀୟ ଲହରକୁ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ ସହିତ ସମସ୍ତ ରାଜ୍ୟର ସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ସାମ୍ଭାବ୍ୟ କରୋନାର ତୃତୀୟ ଲହରର ପ୍ରସ୍ତୁତି ନେଇ ହୋଇଛି ଆଲୋଚନା । ଆସନ୍ତା ନଭେମ୍ବର ପର୍ଯ୍ୟନ୍ତ ସଜାଗ ରହିବାକୁ ପଡିବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

ରାଜ୍ୟରେ କରୋନା ସଂକ୍ରମଣ କିଭଳି କମିବ ତାହା ଦେଖିବାକୁ ପଡିବ। ତାପାଇଁ ଟିକାକରଣ ଚାଲୁଛି, ସର୍ଭିଲାନ୍ସ ଚାଲୁଛି ଏବଂ ଶିଶୁଙ୍କ ଚିକିତ୍ସା ଉପରେ ଗୁରୁତ୍ବ ଦିଆଯିବ । ଏଥିରେ ୩ଟି ଜିନିଷ ଉପରେ ଗୁରୁତ୍ବ ଦିଆଯାଉଛି । ଯାହା ଚିକିତ୍ସା ଭିତ୍ତିଭୂମି, ଅକ୍ସିଜେନ୍ ଏବଂ ତାଲିମ ।  ଯଦି କଟକଣା ନ ମାନିବା ତେବେ ସଂକ୍ରମଣ ବଢିବାର ସମ୍ଭାବନା ଅଧିକ ରହଛି । ଏହାକୁ ରୋକିବାର ଗୋଟିଏ ବାଟ ହେଉଛି ମାକ୍ସ ପିନ୍ଧନ୍ତୁ, ସାମାଜିକ ଦୂରତା ବଜାଇ ରଖନ୍ତୁ । ଆବଶ୍ୟକ ହେଲେ ବାହାରକୁ ଯାଆନ୍ତୁ, ଆବଶ୍ୟକତା ନଥିଲେ ଘରେ ରୁହନ୍ତୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

   Related Posts