Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଭୁବନେଶ୍ବର : ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍‌ଲାଇନ୍, ଆବଶ୍ୟକତା ନଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
  • ||
  • ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ, ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭୁବନେଶ୍ବର : BMCର ପେଡ୍ କ୍ବାରେଣ୍ଟାଇନ୍ ବ୍ୟବସ୍ଥା, ନନ୍ ଏସି ୧୦୯୯ ଓ ଏସି ରୁମ୍ ୧୪୯୯ ଟଙ୍କା
  • ||
  • ଭୁବନେଶ୍ବର : ପିପିଲି ହିଂସା ଘଟଣା, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି
  • ||
  • କରଞ୍ଜିଆ : ବିଡିଓଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ, ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ନିର୍ବାଚିତ ଜନ ପ୍ରତିନିଧିଙ୍କ ଧାରଣା ୪ର୍ଥ ଦିନରେ
  • ||

ଅନ୍ୟ ରାଜ୍ୟ ତୁଳନାରେ ଓଡିଶାର ସ୍ଥିତି ଭଲ ଅଛି, ସମସ୍ତ ହସ୍ପିଟାଲକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

3/04/2021 at 3:00 PM

ଭୁବନେଶ୍ୱର ୦୩।୦୪: ରାଜ୍ୟରେ ଗତ କିଛି ଦିନ ହେଲା କରୋନା ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି । ଯାହାକୁ ନେଇ ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତ ରହିଛନ୍ତି । ବର୍ତ୍ତମାନର ସ୍ଥିତି ଉପରେ ତୀକ୍ଷଣ ନଜର ରଖାଯାଇଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ କହିଛନ୍ତି ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, କୋଭିଡ ସଂକ୍ରମଣ ବୃଦ୍ଧି ପାଉଛି । ସମଗ୍ର ଭାରତ ବର୍ଷର ବିଭିନ୍ନ ରାଜ୍ୟ  ତୁଳନାରେ ଓଡ଼ିଶାର ସ୍ଥିତି ଭଲ ରହିଛି । ସରକାର ସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି । ସମସ୍ତ ହସ୍ପିଟାଲକୁ ପ୍ରସ୍ତୁତ ରହିବା ପାଇଁ ଆମେ ନିର୍ଦ୍ଦେଶ ଦିଆଯାଇଛି ।  ଅକ୍ସୀଜେନ,ବେଡ଼, ଆବଶ୍ୟକତା ଅନୁଯାୟୀ ମେଡ଼ିସିନ, ଭେଣ୍ଟିଲେଣ୍ଟର ମହଜୁଦ ରଖିବା ପାଇଁ ନିର୍ଦେଶ ଦିଆଯାଇଛି ।

ସେହିପରି ସୀମାବର୍ତ୍ତି ଜିଲ୍ଲା ଗୁଡିକର ଜିଲ୍ଲାପାଳ ମାନଙ୍କୁ ସଜାଗ ରହିବା ପାଇଁ କୁହାଯାଇଛି । ଯେଉଁ ମାନେ ବାହାର ରାଜ୍ୟରୁ  ଆସିବେ,  ସେମାନଙ୍କର ସ୍କ୍ରିନିଂ କରାଯାଇ ଆଣ୍ଟିଜେନ ଟେଷ୍ଟ କରିବା ଲାଗି ମଧ୍ୟ କୁହାଯାଇଛି । ରାଜ୍ୟରେ ଟୀକା କରଣ ବ୍ୟାପକ ଭାବେ ଚାଲିଛି । ଅଟୋ ଡ୍ରାଇଭର, ମାଂସ ବିକାଳୀ, ହୋଟେଲ କର୍ମଚାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା ଦିଆଯିବ । ରାଜ୍ୟକୁ ଆଉ ଟିକା ଦେବାକୁ କେନ୍ଦ୍ର ସରକାରଙ୍କ  କହିଛୁ । ଟୀକା ପାଇଁ କୌଣସି ସମସ୍ୟା ରହିବ ନାହିଁ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ  ନବ ଦାସ କହିଛନ୍ତି ।

   Related Posts