Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||
  • ନୂଆଦିଲ୍ଲୀ : ସନ୍ଦୀପ କଟାରିଆ ହେଲେ ବାଟା ଗ୍ଲୋବାଲର ସିଇଓ, ପ୍ରଥମ ଭାରତୀୟ ଭାବେ ମିଳିଲା ଦାୟିତ୍ୱ
  • ||
  • ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡିଲା ଟାଟା ସୁମୋ, ୨ ଗୁରୁତର
  • ||

ତାତିରୁ ନାହିଁ ତ୍ରାହି : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି

14/05/2019 at 9:48 AM

ଭୁବନେଶ୍ବର ୧୪|୫: ତାତିରୁ ନାହିଁ ତ୍ରାହି । ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ।  ଉପକୂଳ ଓଡ଼ିଶାରୁ ଆରମ୍ଭ କରି ପଶ୍ଚିମ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ସବୁଠି ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି । ସପ୍ତାହେ ହେଲା ପଶ୍ଟିମ ଓଡିଶା ତତଲା ପାଲଟିଛି । ଅଧିକାଂଶ ସହର ୪୦ ଡିଗ୍ରୀ ଉପରେ ରହୁଛି । ଟିଟିଲାଗଡ  ତତଲାଗଡରେ ପରିଣତ ହୋଇଛି । ଏଠାରେ ତାପମାତ୍ରା ଲଗାତାର ଭାବେ ୪୪ ଡିଗ୍ରୀ ଉପରେ ରହୁଛି । ୧୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ରହୁଥିବା ବେଳେ ଉପକୂଳ ଓଡିଶାରେ ବି ତାପମାତ୍ରା ଏକରୁ ଦୁଇ ଡିଗ୍ରୀ ବଢିଛି । ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗିରହିବ ।

ଆଜି ପାଣିପାଗ ବିଭାଗ ୪ ଜିଲ୍ଲା ପାଇଁ କାଳବୈଶାଖୀ ଆଶଙ୍କା ନେଇ ସତର୍କ ସୂଚନା ଜାରି କରିଛି ।ସକାଳ ୮ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏହି ୪ ଜିଲ୍ଲା ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ ରାୟଗଡା । ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । 

   Related Posts