Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ବଢିବ ତାତି : ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିବ

24/04/2019 at 10:35 AM

ଭୁବନେଶ୍ବର ୨୪|୪: ପୁଣି ଫେରିଲା ତାତି । ପଶ୍ଚିମ ଓଡ଼ିଶାର ଅଧିକ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଗତ ୪ ଦିନ ଧରି ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଥିଲା । ହେଲେ ଗତକାଲିଠୁ ପୁଣି ତାତି ବଢ଼ିଛି । ଟିଟିଲାଗଡ଼ ତାପମାତ୍ରା ଗତକାଲି ୪୨.୫ ଡିଗ୍ରୀ ଛୁଇଁଥିଲା ।

ତେବେ ଉପକୂଳ ଓଡ଼ିଶାରେ ଏବେ କାଳବୈଶାଖୀ ପ୍ରଭାବ ରହୁଥିବାରୁ ତାପମାତ୍ରା କମ୍ ରହିଛି । ୨୮ ତାରିଖ ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ମାଲକାନଗିରି, ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

   Related Posts