Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରିଟେନ୍‌ ପରେ ଆଉ ଗୋଟିଏ ଦେଶ କଲା ବଡ଼ ଘୋଷଣା, ଆସନ୍ତା ସପ୍ତାହରୁ ଆରମ୍ଭ ହେବ ଟିକାକରଣ
  • ||
  • କମୁଛି ସଂକ୍ରମଣ, ଲୋକଙ୍କ ମନରୁ ଦୂର ହେଉଛି କରୋନା ଭୟ, ଆଉ ୬୬୦ ସଂକ୍ରମିତ ହେଲେ ଆରୋଗ୍ୟ
  • ||
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||

ଅସ୍ତବ୍ୟସ୍ତ କଲାଣି ତାତି : ରାଜଧାନୀରେ ପାରଦ ତାପମାତ୍ରା ୩୮ ଡିଗ୍ରୀ ଉପରେ, ଗରମ କିନ୍ତୁ ୫୩ ଭଳି

28/04/2019 at 8:18 AM

ଭୁବନେଶ୍ବର ୨୮/୪: ଜଳୁଛି ସାରା ଓଡ଼ିଶା । ପ୍ରଚଣ୍ଡ ରୌଦ୍ରତାପରେ ସନ୍ତୁଳି ଗଲେଣି ରାଜ୍ୟବାସୀ । ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ଗତକାଲି ୧୪ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ଭାବେ ୪୫ ଡିଗ୍ରୀ ଛୁଇଁଛି ପାରଦ । ସେହିଭଳି ଚାନ୍ଦବାଲି ୪୦.୭, ଅନୁଗୁଳ ୪୨.୭, ଝାରସୁଗୁଡ଼ା-୪୩, କେନ୍ଦୁଝର- ୪୦.୩, ସମ୍ବଲପୁର- ୪୨.୭ ଡିଗ୍ରୀ,  ସୁନ୍ଦରଗଡ଼-୪୨, ଭବାନୀପାଟଣା-୪୨.୬, ହୀରାକୁଦ-୪୨, ବଲାଙ୍ଗୀର-୪୩.୫, ଫୁଲବାଣୀ-୪୧.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।

ପଶ୍ଚିମା ବାୟୁ ପ୍ରବାହ ଯୋଗୁଁ ତାତି ବଢି ଚାଲିଛି । ରାଜ୍ୟରେ ଆହୁରି ୩ ଦିନ ଧରି ଏପରି ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେପଟେ ୨୪ ଘଣ୍ଟା ମଧ୍ୟରେ ୯ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡବର୍ଷା ସମ୍ଭାବନା ରହିଛି । ନବରଙ୍ଗପୁର, କୋରାପୁଟ, ଗଂଜାମ, ଗଜପତି, ରାୟଗଡା, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି ।

   Related Posts