ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ଜାଣନ୍ତୁ କେଉଁ ଜିଲାମାନଙ୍କରେ ରେଡ୍‌, ଅରେଞ୍ଜ ଓ ୟେଲୋ ଓ୍ୱାର୍ଣ୍ଣିଂ ଜାରି

Published By : Prameya-News7 Bureau | September 05, 2019 IST

ଭୁବନେଶ୍ୱର - ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ରହିଛି ।ବିକାନିରରୁ ଝାରସୁଗୁଡା ଦେଇ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ଟ୍ରପଲାଇନ ରହିଛି ଯାହାର ପ୍ରଭାବରେ ସାରା ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ । ୭ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ପାରେ । ଏହାପରେ ପାଗରେ ପରିବର୍ତ୍ତନ ଆସିବ । ୯ ତାରିଖ ପାଗ ମେଘୁଆ ରହିବାର ସମ୍ଭାବନା ରହିଛି । ୧୦ ତାରିଖରେ ରାଜ୍ୟରେ ଅନେକ ସ୍ଥାନରେ ପୁଣି ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଦ୍ୱାରା ଜାରି ସ୍ୱତନ୍ତ୍ର ବୁଲେଟିନ୍‌ ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ପାଇଁ ରେଡ୍‌ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଜିଲ୍ଲା ପ୍ରଶାସନମାନଙ୍କୁ ସତର୍କ ରହିବା ପାଇଁ ସୂଚନା ଦିଆଯାଇଛି ।

{"id":153470}

ଗଜପତି,ପୁରୀ, କୋରାପୁଟ,ବଲାଙ୍ଗୀର, ରାୟଗଡା ଓ ନୂଆପଡା ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇିଛି । ଏହି ସବୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

{"id":153471}

ସେହିପରି ମାଲକାନଗିରି, ଖୋର୍ଦ୍ଧା, ନୟାଗଡ, ବୌଦ୍ଧ, ସୋନପୁର, ବରଗଡ, ଜଗତସିଂହପୁର, କଟକ ଓ କେନ୍ଦ୍ରାପଡା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ସ୍ଥାନାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

୭ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିପାରେ । ଏହି ସମୟରେ ସମୁଦ୍ରକୂଳିଆ ଅଞ୍ଚଳରେ ୪୦-୫୦ କିଲୋମିଟର ମଧ୍ୟରେ ପବନ ବହିପାରେ । ମତ୍ସଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ସତର୍କ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.