ଆସୁଛି ଆଉ ଏକ ଲଘୁଚାପ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | August 02, 2019 IST

ଭୁବନେଶ୍ବର ୨|୮: ଲଘୁଚାପ ପ୍ରଭାବରେ ଆସନ୍ତା ୪ ତାରିଖରୁ ରାଜ୍ୟରେ ବର୍ଷା ଲାଗି ରହିବ । ଉତ୍ତର ପୂର୍ବ ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଲଘୁଚାପ ୪ ତାରିଖ ବେଳକୁ ଅଧିକ ଘନୀଭୂତ ହେବ । ଫଳରେ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ମାଲାକାନଗିରି ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବ । ୨ ରୁ ୩ ଦିନ ଯାଏଁ କୋରାପୁଟ, ମାଲକାନଗିରି, ଭଦ୍ରକ, କେନ୍ଦୁଝର, କେନ୍ଦ୍ରାପଡ଼ା ଓ ଝାରସୁଗୁଡା ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଜୁନ୍ ଓ ଜୁଲାଇ ମାସରେ ଦେଶରେ ନିଅଣ୍ଟିଆ ବୃଷ୍ଟିପାତ ହୋଇଥିଲା । କିନ୍ତୁ ଅଗଷ୍ଟ ଓ ସେପ୍ଟେମ୍ବର ମାସରେ ସ୍ବାଭାବିକ ବୃଷ୍ଟିପାତ ହେବ ବୋଲି ପାଣିପାଗ ବିଭାଗ କହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.