Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଆସନ୍ତା ୧ରୁ ବଢିବ ବର୍ଷା, ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି

30/07/2019 at 12:03 PM

ଭୁବନେଶ୍ବର ୩୦|୭: ଘୂର୍ଣ୍ଣିବଳୟ ସାଙ୍ଗକୁ ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ଏବଂ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ତେବେ ଆଜି ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା କୋରାପୁଟ, ମାଲକାନଗିରି, ବରଗଡ, ନୂଆପଡା, ନବରଙ୍ଗପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ତେବେ ୧ରୁ ବର୍ଷା ବଢିବ । ଏବଂ ସପ୍ତାହେ ପର୍ଯ୍ୟନ୍ତ ଭଲ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

   Related Posts