ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ : ୨୪ ଘଣ୍ଟା ଯାଏଁ ରାଜ୍ୟରେ ଲାଗି ରହିବ ପ୍ରବଳ ବର୍ଷା, ୧୧ଜିଲ୍ଲାରେ ରେଡ୍ ୱାର୍ଣ୍ଣିଂ ଜାରି

Published By : Prameya-News7 Bureau | August 08, 2019 IST

ଭୁବନେଶ୍ବର ୮|୮: ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବର୍ତ୍ତମାନ ଡିପ୍ ଡିପ୍ରେସନର ରୂପ ନେଇଛି । ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୧ ଜିଲ୍ଲାରେ ଭୀଷଣ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର ୧୧ଜିଲ୍ଲାରେ ଆସନ୍ତା ୨୪ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ତେଣୁ ପାଣିପାଗ ବିଭାଗ ପକ୍ଷରୁ ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ ଏବଂ ସୋନପୁରରେ ଅତି ପ୍ରବଳ ବର୍ଷା ନେଇ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହାଛଡ଼ା ଅନ୍ୟ ୧୦ଟି ଜିଲ୍ଲା ତଥା ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ବରଗଡ଼, ସମ୍ବଲପୁର ଓ କଟକକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଢେଙ୍କାନାଳ, ଅନୁଗୋଳ, ଯାଜପୁର ଓ କେନ୍ଦ୍ରାପଡ଼ାକୁ ବର୍ଷା ନେଇ ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.