ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା: ଓଡିଶା ସମେତ ୫ ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା

Published By : Prameya-News7 Bureau | October 12, 2020 IST

ନୂଆଦିଲ୍ଲୀ ୧୨/୧୦ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାରନାରୀ ୫ ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ। ଯାହାଫଳରେ ବାତ୍ୟା ସମ୍ଭାବନା ମଧ୍ୟ ରହିଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୫ ରାଜ୍ୟ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଆନ୍ଧ୍ର ପ୍ରଦେଶ, କର୍ଣ୍ଣାଟକ, ତେଲେଙ୍ଗାନା, ମଧ୍ୟ ମହାରାଷ୍ଟ୍ର ଓ ଓଡିଶାରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୫ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଆଲର୍ଟ ଜାରି କରାଯାଇଛି।

ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ଅବପାତର ରୂପ ନେଇ ଅକ୍ଟୋବର ୧୨ ତାରିଖ ରାତିରେ ଆନ୍ଧ୍ର ପ୍ରଦେଶ ଉତ୍ତର ତଟବର୍ତ୍ତୀ ଅଞ୍ଚଳ ପାରି କରିପାରେ। ଆନ୍ଧ୍ର ପ୍ରଦେଶ ଛଡା ଉତ୍ତର କର୍ଣ୍ଣାଟକ, ମଧ୍ୟ ମହାରାଷ୍ଟ୍ର, ବିଦର୍ଭ ଓ ଓଡିଶାରେ ୧୩ ତାରିଖରେ ଭୀଷଣ ବର୍ଷା ହୋଇପାରେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.