Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

୭ ପରଠାରୁ ରାଜ୍ୟରେ ପ୍ରବଳ ବର୍ଷା ଓ ବଜ୍ରପାତ ଆଶଙ୍କା

5/08/2019 at 9:46 AM

ଭୁବନେଶ୍ବର ୫/୮: ଆସନ୍ତା ୬ରୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅର୍ଧାଧିକ ଜିଲ୍ଲାରେ ବର୍ଷା ଲାଗିରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ସମତେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପ ବର୍ଷା ସାଙ୍ଗକୁ ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହାର ସୂଚନା ମିଳିଛି । ସେହିପରି ୫ରୁ ୬ ତାରିଖ ମଧ୍ୟରେ ବର୍ଷାର ପରିମାଣ କମ୍  ରହିବ । କିନ୍ତୁ ୬ରୁ ୭ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭବାନା ରହିବ ବୋଲି ପାଣିପାଗ ବିଭାଗ କହିଛି ।

ତେବେ ବର୍ଷା ପରିମାଣ ୭ରୁ ୮ ତାରିଖ ପର ପର୍ଯ୍ୟନ୍ତ ଅଧିକ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ କୁହାଯାଇଛି । ତେବେ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, କଳାହାଣ୍ଡି, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ଼ ଓ ଝାରୁସୁଗୁଡା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୭ରୁ ୮ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ଆଶଙ୍କା ରହିଛି । ତେଣୁ ଏସବୁ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ଆଗୁଆ ସୂଚନା ଦିଆଯାଇଛି ।

   Related Posts