ରାଜ୍ୟର ୧୬ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା : ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର
1/06/2020 at 10:01 AM

ଭୁବନେଶ୍ବର ୧/୬: ରାଜ୍ୟର ୧୬ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଏହାପରେ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗି ରହିବ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ପର୍ଯ୍ୟନ୍ତ ପହଞ୍ଚିବ। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୪ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ଗଜପତି, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ।
ଏଥିସହ କୋରାପୁଟ, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, ବାଲେଶ୍ବର, ସୋନପୁର, ବୌଦ୍ଧ ଓ ମାଲକାନଗିରିରେ ବିଜୁଳି ଘଡ଼ ଘଡ଼ି ସହ ବର୍ଷା ହେବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି ।