ଆସୁଛି ବଡ ବର୍ଷା : ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ବାବନା

Published By : Prameya-News7 Bureau | September 01, 2019 IST

ଭୁବନେଶ୍ବର ୧/୯: ଉତ୍ତର ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସତର୍କତା ଜାରି କରାଯାଇଥିବା ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାର ମୁକାବିଲା ପାଇଁ ପ୍ରଶାସନକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିବାକୁ ନିର୍ଦେଶ ଦିଆଯାଇଛି ।

ଲଘୁଚାପ ପ୍ରଭାବରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ, ପୁରୀ ଓ ନୟାଗଡ଼ ଆଦି ୧୧ଟି ଜିଲ୍ଲାରେ ୨ତାରିଖ ସୁଦ୍ଧା ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସବୁ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଓ ରାୟଗଡ଼ା ଆଦି ୬ଟି ଜିଲାରେ ଆସନ୍ତା ୩ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ କନ୍ଧମାଳ, ପୁରୀ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ରଭଞ୍ଜ ଆଦି ୧୩ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ଉପକୂଳ ଏବଂ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହାଫଳରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆସନ୍ତା ସେପ୍ଟେମ୍ବର ୨ ଓ ୩ତାରିଖରେ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.