Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

୩ ଦିନ ଯାଏ ଘଡଘଡି ସହ ପ୍ରବଳ ବର୍ଷା : ୧୦ଟି ଜିଲ୍ଲାରେ ବର୍ଷା ସମ୍ଭାବନା

3/10/2019 at 9:39 AM

ଭୁବନେଶ୍ବର ୩/୧୦: ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୩ ଦିନ ବର୍ଷିବ । ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ । ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଓଡିଶା ଉପରେ ପ୍ରଭାବ ଅଧିକ ରହିବ ।

ବାକି ସ୍ଥାନରେ ବର୍ଷାର ପରିମାଣ କମ ରହିବ । ଦକ୍ଷିଣ ଓଡିଶା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳରେ ୫ ଯାଏ ପ୍ରବଳ ବର୍ଷା ହେବ । ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୪ ଓ ୫ରେ ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କଟକ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା  ହୋଇପାରେ ।

୬ ଓ ୭ରେ ଉତ୍ତର ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବଜ୍ରପାତ ହେବାର ଆଶଙ୍କା ରହିଛି । ୫ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତ ୧୨ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ସର୍ବାଧିକ ୧୨.୮ ମିମି ବର୍ଷା ରେକର୍ଡ କରାଯାଇଛି ।

   Related Posts