ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ : ୬ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

Published By : Prameya-News7 Bureau | August 23, 2019 IST

ଭୁବନେଶ୍ବର ୨୩|୮: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ମଧ୍ୟ ଆରମ୍ଭ ହୋଇଗଲାଣି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ୬ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଏହାସହ କେନ୍ଦ୍ରାପଡା, ମୟୁରଭଞ୍ଜ, ବାଲେଶ୍ବର, ସୁନ୍ଦରଗଡ, ଅନୁଗୋଳ, ଖୋର୍ଦ୍ଧା, ରାୟଗଡା, ଗଜପତି ଏବଂ ମାଲକାନଗିରିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୩ରୁ ୪ଦିନ ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳ ଓ ଉତ୍ତର ଓଡିଶାର ଜିଲ୍ଲାଗୁଡିକରେ ଝଡବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.