ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ଘୂର୍ଣ୍ଣିଝଡ ଆଶଙ୍କା, ସତର୍କ ସୂଚନା ଜାରି

Published By : Prameya-News7 Bureau | February 08, 2020 IST

ଭୁବନେଶ୍ବର ୮।୨: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘୂର୍ଣ୍ଣିଝଡ ସମ୍ଭାବନା । ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପାଗ କୋହଲା ରହିବା ସହ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଓ ଘୂର୍ଣ୍ଣିଝଡର ସମ୍ଭାବନା ରହିଛି।

ଏଥିସହ ଏହି ସମୟ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡଘଡି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହି ଘୂର୍ଣ୍ଣିଝଡ ହେବାର ଆଶଙ୍କା ରହିଛି । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ପାଣିପାଗ ବିଭାଗର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମ୍ବଲପୁର, ପୁରୀ, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଗତକାଲି ସନ୍ଧ୍ୟାରୁ ଆଜି ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ, କେନ୍ଦୁଛର, ଝାରସୁଗୁଡା, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାରେ ଘନ କୁହୁଡି ପଡିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.