Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଓଡିଶାରେ ଆହୁରି ୪୮ ଘଣ୍ଟା ବର୍ଷିବ , ଏହି ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

24/10/2019 at 2:16 PM

ଭୁବନେଶ୍ୱର – ରାଜ୍ୟରେ ବର୍ଷା ଆହୁରି ୪୮ ଘଣ୍ଟା ଲାଗି ରହିବ । ଦକ୍ଷିଣ ଓଡିଶା ଓ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଓଡିଶା ଉପରେ ଟ୍ରାପ ଲାଇନ୍‌ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଲଗାଣ ବର୍ଷା ନେଇ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନାଙ୍କ ସୂଚନା ଦେଇଛନ୍ତି । ୨ ଟି ବ୍ଲକରେ ୨୦୦ ଏମ୍‌ ଏମ୍‌ରୁ ଅଧିକ ବର୍ଷା ହୋଇଛି । ୪୬ ଟି ବ୍ଲକରେ ୧୦୦ଏମ୍‌ଏମ୍‌ ରୁ ଅଧିକ ବର୍ଷା ହୋଇଛି
କୃଷ୍ଣ ପ୍ରସାଦ ବ୍ଳକରେ ସର୍ବାଧିକ ୨୪୯ ଏମ୍‌ଏମ୍‌ ବର୍ଷା ହୋଇଛି । ରାଜ୍ୟରେ ବନ୍ୟା ପରିସ୍ଥିତି ନାହିଁ,କେଉଁଠି ପାଣି ଜମି ରହି ନାହିଁ ବୋଲି ସ୍ୱତନ୍ତ୍ର ରିଲିଫ କମିଶନ ସୂଚନା ଦେଇଛନ୍ତି ।

ବିଏମସି ୩୬ଟି ସ୍ଥାନକୁ ଅଧିକାରୀ ମାନଙ୍କ ପଠାଇଛି , କଟକରେ ଅଳ୍ପ କିଛି ସ୍ଥାନରେ ପାଣି ଜମି ରହି ସମସ୍ୟା ଉପୁଜିଛି , ଏଥିପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ବୋଲି ସ୍ୱତନ୍ତ୍ର ରିଲିଫ କମିଶନ ସୂଚନା ଦେଇଛନ୍ତି । ବର୍ଷା ସରିବା ପରେ କ୍ଷୟକ୍ଷତି ନେଇ ଜିଲ୍ଲାପାଳ ମାନଙ୍କୁ ରିପୋର୍ଟ ମଗାଯିବ
୬ ଟି ଜିଲ୍ଲାରେ ସ୍କୁଲ ବନ୍ଦ ହୋଇଛି ବୋଲି ସେ ସୂଚନା ଦେଇଛନ୍ତି । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା । ସୁନ୍ଦରଗଡ, ବରଗଡ, ଦେବଗଡ, କେନ୍ଦୁଝର, ସମ୍ବଲପୁର ପ୍ରବଳ ବର୍ଷା ହୋଇଛି । ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି
୯ ଜିଲ୍ଲା ହେଲା ସୋନପୁର, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ମୟୁରଭଞ୍ଜ, ଅନୁଗୋଳ । ଗତ ୨୪ ଘଣ୍ଟା ମଧ୍ୟରେ ପୁରୀରେ ୧୬୬.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହପରି ଭୁବନେଶ୍ବରରେ ୧୦୦.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।
୧୨ ଘଣ୍ଟା ପାଇଁ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି ।

   Related Posts