ଲଘୁଚାପ ପ୍ରଭାବରେ ଆହୁରି ୪୮ ଘଣ୍ଟା ବିଭିନ୍ନ ସ୍ଥାନରେ ବର୍ଷା : ୬ଟି ଜିଲ୍ଲାରେ ପ୍ରବଳ ବର୍ଷା

Published By : Prameya-News7 Bureau | September 03, 2019 IST

ଭୁବନେଶ୍ବର ୩/୯: ଆହୁରି ୪୮ ଘଣ୍ଟା ବର୍ଷିବ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ । ପ୍ରଭାବରେ ଆଗାମୀ ୪୮ ଘଣ୍ଟା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ।  ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ବରଗଡ, ସମ୍ବଲପୁର, ନୂଆପଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଢେଙ୍କାନାଳ, ମୟୁରଭଞ୍ଜ, ଦେବଗଡ, ସୋନପୁର, ବଲାଙ୍ଗିର, କୋରାପୁଟ, ନବରଙ୍ଗପୁର, ଗଜପତିର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ପୁରୀରେ ସର୍ବାଧିକ ୧୪୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।  ଗତକାଲି ସୁଦ୍ଧା ସାରା ରାଜ୍ୟରେ ସ୍ବାଭାବିକଠାରୁ ୪ ପ୍ରତିଶତ କମ୍ ବର୍ଷା ରେକର୍ଡ କରାଯାଇଛି । ୨୪ ଘଣ୍ଟା ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.