ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ପୁରୀ ଜିଲ୍ଲାପାଳ, ରଖିଲେ ପରିକ୍ରମା ପ୍ରକଳ୍ପର ସମ୍ପୂର୍ଣ୍ଣ ତଥ୍ୟ
  • ||
  • ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ : ଅଖ ଚକ ଡେରା ନୀତି ସଂପନ୍ନ
  • ||
  • କୁତବ ମୀନାର ପରିସରରେ ଖନନ ସହ ଆଇକନୋଗ୍ରାଫି କରିବାକୁ ଏଏସ୍‌ଆଇକୁ ସଂସ୍କୃତି ମନ୍ତ୍ରାଳୟର ନିର୍ଦ୍ଦେଶ
  • ||
  • ସ୍ୱିଜରଲାଣ୍ଡରେ ବିଶ୍ୱ ଅର୍ଥନୈତିକ ମଞ୍ଚର ବାର୍ଷିକ ସମ୍ମିଳନୀ : ମହାମାରୀରୁ ମୁକ୍ତି ପାଇଁ ବାଟ ବାହାର କରିବେ ବିଶ୍ୱନେତା
  • ||
  • ମ୍ୟାଚ୍ ପୂର୍ବରୁ ରନ୍ ଅପ୍ ଯାଞ୍ଚ କଲେ ଅର୍ଜୁନ ତେନ୍ଦୁଲକର : କିନ୍ତୁ ଚୂଡାନ୍ତ ଏକାଦଶରେ ମିଳିଲାନି ଏଣ୍ଟ୍ରି
  • ||

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ; ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ବର୍ଷିବ

20/09/2018 at 9:47 AM

ଭୁବନେଶ୍ବର ୨୦|୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଂଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସନ୍ଧ୍ୟା ସୁଦ୍ଧା ଘନୀଭୂତ ହେବ । ଏହା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡିଶାର ଉପକୂଳ ଅଂଚଳ ପ୍ରବେଶ କରିବ । ଆଜି ବିଳମ୍ବିତ ରାତି ଓ ଆସନ୍ତାକାଲି ସକାଳ କଳିଙ୍ଗପଟନମ୍ ଓ ପୁରୀ ମଧ୍ୟରେ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ । ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବର୍ଷା ପାଇଁ ୨୧ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଏହି ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେପଟେ ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ଆରମ୍ଭ ହୋଇଯାଇଛି । ସମୁଦ୍ର ଅଶାନ୍ତ ରହିବା କାରଣରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି । ଆଜି ଉପକୂଳ ଓ ଉତ୍ତର ଓଡିଶାରେ ଏକାଧିକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ରାଜ୍ୟର ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡିଶାରେ ବର୍ଷାର ପରିମାଣ ବଢିବ ।

   Related Posts