ଆସନ୍ତାକାଲିଠାରୁ ରାଜ୍ୟରେ ପୁଣି ପ୍ରବଳ ବର୍ଷା ସମ୍ଭାବନା
5/07/2019 at 9:26 AM

ଭୁବନେଶ୍ବର ୫|୭: ଜୁଲାଇ ୬ରେ ପୁଣି ମୌସୁମୀ ବର୍ଷା ହେବ । ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଦୁଇ ଦିନ ଧରି ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାପରେ ପାଗରେ ପରିବର୍ତ୍ତନ ଆସିପାରେ । ତେବେ ପ୍ରତିଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
Related Posts
ଝାରସୁଗୁଡା: ଜିଲ୍ଲା ସ୍ତରୀୟ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ
24 January 2021