ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ : ୨୪ ଘଣ୍ଟା ଯାଏଁ ପ୍ରବଳ ବର୍ଷା ସମ୍ଭାବନା, ଆଜିଠୁ ୫ଦିନ ଲାଗିରହିବ ବର୍ଷା

Published By : Prameya-News7 Bureau | July 19, 2019 IST

ଭୁବନେଶ୍ବର ୧୯|୭: ୨୪ ଘଣ୍ଟା ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସାଙ୍ଗକୁ ଓଡ଼ିଶା ଉପରେ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଥିବାରୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । କେତେକ ସ୍ଥାନରେ ୪୦ରୁ ୬୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ତେବେ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା କମ୍ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ଖୋର୍ଦ୍ଧା, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ବଲପୁରରେ ପ୍ରବଳ ବର୍ଷା ହୋଇପାରେ । ଏହି ସମୟ ମଧ୍ୟରେ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି ସହ ବଜ୍ରପାତର ଆଶଙ୍କା ରହିଛି।

ବିଶେଷକରି ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର ଓ କଟକ ଜିଲ୍ଲାରେ ବଜ୍ରପାତର ପ୍ରକୋପ ଅଧିକ ରହିବ। ଆସନ୍ତାକାଲି ପୂର୍ବାହ୍ନ ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିବ । ୨୧ ଓ ୨୨ତାରିଖରେ ସାରା ଓଡ଼ିଶାରେ ଶୁଖିଲା ପାଗ ଲାଗି ରହିବ । ୨୩ ଓ ୨୪ ତାରିଖରେ ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.