ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା - ୧୩ ଜିଲ୍ଲାକୁ ସତ୍ତର୍କ ସୂଚନା ଜାରି

Published By : Prameya-News7 Bureau | August 05, 2018 IST

ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେଉଛି । ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବା ବେଳେ ଆସନ୍ତା ୪୮ ଘଣ୍ଟାରେ ପଶ୍ଚିମବଙ୍ଗ ଓ ଏହାର ପାଶ୍ବବର୍ତ୍ତି ଉତ୍ତର ଓଡ଼ିଶାରେ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ଆଜିଠୁ ରାଜ୍ୟର ୧୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପାଣିପାଗ ବିବାଗର ସୂଚନା ଅନୁଯାୟୀ ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର,ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ସମ୍ବଲପୁର, କେନ୍ଦ୍ରାପଡା, ଯାଜପୁର, କଟକ, ଢେଙ୍କାନାଳ ଓ ଜଗତସିଂହପୁରରେ ବର୍ଷାର ପରିମାଣ ଅଧିକ ରହିବ । ୬ ଓ ୭ ତାରିଖରେ ମଧ୍ୟ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ପରିସ୍ଥିତିକୁ ନଜରରେ ରଖି ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ୧୩ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାଲାଗି ନିର୍ଦେଶ ଦିଆଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଏଯାଏ ରାଜ୍ୟରେ ୫ଟି ଜିଲ୍ଲାରେ ବଳକା ଓ ୧୯ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବାବେଳେ ୬ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.