ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | August 19, 2018 IST

ଭୁବନେଶ୍ୱର ୧୯/୮ : ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି | ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି | ଲଘୁଚାପ ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ | ଉପକୂଳ ଏବଂ ଦକ୍ଷିଣ ଓଡିଶାରେ ଅତ୍ୟଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି | ଆଜି ରାଜ୍ୟର ୧୪ ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି | ମାଲ୍କାନଗିର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଂଜାମ, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରାଯାଉଛି | ସେହିଭଳି ଉପକୂଳ ଓଡିଶାରେ ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି | ଏହି ସମୟରେ ସମୁଦ୍ର ଶାନ୍ତ ରହୁଥିବାରୁ ମତ୍ସଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.