Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ଆଜିଠାରୁ ବଦଳିବ ପାଣିପାଗ : ଅର୍ଦ୍ଧାଧିକ ଜିଳ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

17/03/2019 at 8:55 AM

 ଭୁବନେଶ୍ବର ୧୭/୩: ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।  ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଏହାର ଅଧିକ ପ୍ରଭାବ ରହିବ । ଉତ୍ତର ଓଡ଼ିଶାରେ ୧୦ରୁ ୧୫ ମିଲିମିଟର ବର୍ଷା ହେବାର ସମ୍ଭାବନା ଥିବା ବେଳେ  ପଶ୍ଚିମ ଓଡ଼ିଶାରେ ପାଗ କୋହଲା ରହିବ । ତେଣୁ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

ବିଶେଷ କରି ୧୭ରୁ ୨୦ ପର୍ଯ୍ୟନ୍ତ ଖୋର୍ଦ୍ଧା,କନ୍ଧମାଳ, ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଜଗତସିଂହପୁର ଓ ସୁନ୍ଦରଗଡ଼   ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହିତ ବର୍ଷାର ପରିମାଣ ଅଧିକ ରହିବ । ପରେ ୨୧ରୁ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି ।

   Related Posts