Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମ୍‌ସି କମିଶନର, ପ୍ରେମଚନ୍ଦ୍ର ଚୌଧରୀଙ୍କ ସ୍ଥାନରେ ସଞ୍ଜୟ ସିଂହଙ୍କୁ ଦାୟିତ୍ୱ
  • ||
  • ଡେଲାଙ୍ଗ : କଣାସ ଗାଁ ସମତେ ବଜାରକୁ ୭ଦିନ ଯାଏଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ସଂକ୍ରମଣ ବୃଦ୍ଧିକୁ ଦେଖି ନିଷ୍ପତ୍ତି
  • ||
  • କେନ୍ଦୁଝର ଜେଲ୍‌ରେ ପଶିଲା କରୋନା, ୯ କଏଦୀ କୋଭିଡ଼ ସଂକ୍ରମିତ
  • ||
  • ରକ୍ତମୁଖା ଲାଲ୍‌ବାହିନୀ, ଯବାନଙ୍କୁ ଘରୁ ଟେକି ନେଇ ଗଳାକାଟି କଲେ ହତ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୨୩୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୯୮୨ ପଜିଟିଭ୍
  • ||

ଲଘୁଚାପ ଯୋଗୁଁ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

6/08/2018 at 12:45 PM

ଭୁବନେଶ୍ୱର ୬/୮ : ଓଡିଶା ଉପକୂଳ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହେବା ଫଳରେ ଆସନ୍ତା ଦୁଇ ଦିନ ଧରି ଓଡିଶାର ୧୭ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମଡ଼ ଟୁ ବି ୟୁନିଭର୍ସିଟି ) ର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି |
ମଙ୍ଗଳବାର ସୁଦ୍ଧା ଲଘୁଚାପ ଘନୀଭୂତ ହେବା ସହ ଏହା ପଶ୍ଚିମ ଉତ୍ତର ଦିଗ ଆଡକୁ ମୁଁହାଇଁବାର ସମ୍ଭାବନା ଥିବା ସିଇସିର ନିର୍ଦେଶକ ଡ଼.ଶରତ ଚନ୍ଦ୍ର ସାହୁ କହିଛନ୍ତି |
ଲଘୁଚାପ ପ୍ରଭାବରେ ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସମ୍ବଲପୁର ଏବଂ ନୂଆପଡା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି |
ରାଜ୍ୟର ଅଧିକାଂଶ ସ୍ଥାନରେ ସାମାନ୍ୟରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଅଗଷ୍ଟ ୧୩ ତାରିଖ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଡ.ସାହୁ ସୂଚନା ଦେଇଛନ୍ତି |

   Related Posts