Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ : ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

25/08/2019 at 10:01 AM

ଭୁବନେଶ୍ବର ୨୫/୮: ଉତ୍ତର ପଶ୍ଚିମ ଓଡିଶା ଓ ଏହାର ଆଖପାଖରେ ଲଘୁଚାପର ପ୍ରଭାବ ରହିଛି । ଯାହାର ପ୍ରଭାବରେ ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ନୂଆପଡା, ବଲାଙ୍ଗିର, ବରଗଡ, ସୋନପୁର ଏବଂ ସୁନ୍ଦରଗଡ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏହିସବ ଜିଲିଲାକୁ ସକାଳ ସାଢେ ୧୦ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।  ଉତ୍ତର ଆଭ୍ୟନ୍ତରୀଣର ବିଭିନ୍ନ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧଣର ବର୍ଷା ସମ୍ଭାବନା ରହିଛି । ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୋଳ, ଢେଙ୍କାନାଳ, ମୟୁରଭଞ୍ଜ, କେନ୍ଦୁଝରରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ନୂଆପଡା, କଳାହାଣ୍ଡି, ବଲାଙ୍ଗିର, ବୈଦ୍ଧ, ସୋନପୁର, ପୁରୀ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୪ ଘଣ୍ଟା ପାଇଁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ।

ଗତକାଲି ସୁଦ୍ଧା ସାରା ରାଜ୍ୟରେ ସାଧାରଣଠାରୁ ୪ ପ୍ରତିଶତ କମ୍ ବର୍ଷା ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଟିଟିଲାଗରେ ସର୍ବାଧିକ ୬୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।  ତେବେ ୨୮ରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts