ଲଘୁଚାପ ପ୍ରଭାବରେ କାଲିଠାରୁ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | September 17, 2018 IST

ଭୁବନେଶ୍ୱର ୧୭/୯ : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୁର୍ଣ୍ଣି ବଳୟ ସୃଷ୍ଟି ହୋଇଛି | ଆସନ୍ତାକାଲି ଏହା ଲଘୁଚାପର ରୂପ ନେବ | ଏହାର ପ୍ରଭାବରେ ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ୪ ଦିନ ଧରି ଉପକୂଳ ଓ ଉତ୍ତର ଓଡିଶାରେ ପ୍ରବଳ ଓ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି | ୨୧ ତାରିଖରୁ ଲଘୁଚାପ ଛତିଶଗଡ଼ ଓ ମଧ୍ୟପ୍ରଦେଶ ଅଭିମୁଖେ ଗତି କରିବ | ୨୨ ତାରିଖ ଆଡକୁ ଓଡିଶାରେ ପାଗ ଶୁଖିଲା ରହିବ | ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି | ବର୍ଷା ନେଇ ୧୮ ଜିଲ୍ଲାକୁ ସତର୍କତା ସୂଚନା ଜାରି କରିଛି ପାଣିପାଗ ବିଭାଗ | ଗଞ୍ଜାମ, ଗଜପତି, କୋରାପୁଟ , କନ୍ଧମାଳ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ବଲାଙ୍ଗିର, ବୌଦ୍ଧ, ସୋନପୁର, କେନ୍ଦୁଝର, ସମ୍ବଲପୁର ଆଦି ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି | ଅପରାହ୍ନ ୩ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.